ବଜେଟ୍ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଶ୍ୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ ସ୍ତରର ୬.୪ ପ୍ରତିଶତ ତୁଳନାରେ ଅଧିକ ।
ଓଡିଶା ବଜେଟ୍ ୨୦୨୪-୨୫ ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ।
୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟ ଠାରୁ ଏହାର ବ୍ୟବଧାନ ଏକ ଅଙ୍କ (୮.୮ ପ୍ରତିଶତ)କୁ ହ୍ରାସ ପାଇଛି । ଅନ୍ୟ ରାଜ୍ୟ ତୁଳନାରେ Capita Income ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି ।