୧୧ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ
1 min read
ଭୁବନେଶ୍ବର: ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ଜଣାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ଏଥିରେ କୁହାଯାଇଛି।ରାଜ୍ୟରେ କୋଭିଡ୍ -୧୯ ସ୍ଥିତିରେ ଉନ୍ନତି ଓ ପାଠପଢ଼ାରେ କ୍ଷତି ବିଷୟକୁ ବିଚାର କରି ଏହି ନିଷ୍ପତ୍ତି ନିଆଯାଇଛି। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ସୂଚନା ଦିଆଯାଇଛି।