Wed. Jan 22nd, 2025

୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୬୬୬ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧.୦୭ କୋଟି ଟପିଲା ସମୁଦାୟ

1 min read
Spread the love

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୬୬୬ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣସଂଖ୍ୟା ୧.୦୭ କୋଟି ଟପିଯାଇଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୬୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୦୧,୧୯୩ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ୧୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୮୪୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪, ୩୦୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୭୩,୬୦୬। ଏହି ତଥ୍ୟ ଅନୁସାରେ, ଦେଶରେ ସୁସ୍ଥତା ହାର ୯୬.୯୪% ଥିବା ବେଳେ ମୃତ୍ୟୁସଂଖ୍ୟ ପୂର୍ବପରି ୧.୪୪%ରେ ସ୍ଥିର ରହିଛି।ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୭୩,୭୪୦ରେ ପହଞ୍ଚିଛି। ଏହା ଦେଶର ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୬୨%। କ୍ରମାଗତ ୯ମ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୩୩,୯୯,୨୯୯ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୪୩,୩୮,୭୭୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୨୫,୬୫୩ଟି ନମୁନା।

Copyright © All rights reserved.