Fri. Nov 22nd, 2024

୨୪ ଘଣ୍ଟା ମଧ୍ୟରେ ୧୫,୧୫୮ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ମୃତ୍ୟୁସଂଖ୍ୟା ୧୭୫

1 min read
Spread the love

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୫,୧୫୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୦୫ କୋଟି ଟପିଯାଇଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୪୨,୮୪୧ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ୧୭୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୦୯୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬, ୯୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୭୯,୭୧୫। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୬%, ସକ୍ରିୟ ଆକ୍ରାନ୍ତଙ୍କହାର ୨% ଏବଂ ମୃତ୍ୟୁହାର ୧.୪୪% ରହିଥିବା କଥା କେନ୍ଦ୍ର ସରକାର କହିଛନ୍ତି।ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୧୧,୦୩୩। ତେଣୁ ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସକ୍ରିୟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି।‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଶୁକ୍ରବାର ସୁଦ୍ଧା ସମଗ୍ର ଦେଶରେ ୧୮,୫୭,୬୫,୪୯୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୮,୦୩,୦୯୦।

Copyright © All rights reserved.