Sun. Feb 23rd, 2025

୪ ଜିଲ୍ଲାରେ ପ୍ରବଳ ବର୍ଷା : ୧୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

1 min read
Spread the love

ଭୁବନେଶ୍ୱର: ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏବଂ ଦକ୍ଷିଣପଶ୍ଚିମ ଦିଗରେ ଗତିଶୀଳ ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ସମେତ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁଯାଯାଇଛି ।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୪ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି ପର୍ଯ୍ୟନ୍ତ) ହେବାର ସମ୍ଭାବନା ରହିଥିବାରୁ ଏହି ୪ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, କଟକ, ପୁରୀ, ଗଂଜାମ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାରର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।

Copyright © All rights reserved.