୬ ଅଧିକାରୀଙ୍କୁ ବରଖାସ୍ତ ଓ ୫ଜଣଙ୍କ ପେନସନ ବନ୍ଦ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
1 min readଭୁବନେଶ୍ବର:ଓଡ଼ିଶାରେ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି ତେଣୁ ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ପୁଣି ୬ଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ମୁଖ୍ୟମନ୍ତ୍ରୀ ୬ଜଣ ଅଧିକାରୀଙ୍କୁ ବରଖାସ୍ତ କରିବା ସହ ୫ଜଣଙ୍କ ପେନସନ ସ୍ଥାୟୀଭାବେ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଗତ ଦୁଇମାସ ଭିତରେ ୪୪ଜଣ ଅଧିକାରୀଙ୍କୁ ବରଖାସ୍ତ କରାଯାଇଥିବା ବେଳେ ୧୧ଜଣଙ୍କର ପେନସନ ସ୍ଥାୟୀଭାବେ ବନ୍ଦ କରାଯାଇଛି। ଠିକ୍ ସେହିପରି ୧୦ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।|